ଓଡ଼ିଶାରେ ପହଞ୍ଚିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ନୂଆଦିଲ୍ଲୀ,୯/୦୧: ଭୁବନେଶ୍ୱରରେ ପହଞ୍ଚିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ବିମାନବନ୍ଦରରେ ରାଷ୍ଟ୍ରପତିଙ୍କୁ ଭବ୍ୟ ସ୍ବାଗତ କରାଯାଇଛି । ଏହାପରେ ସିଧା ରାଜଭବନ ଯିବେ ରାଷ୍ଟ୍ରପତି । ଦୁଇ ଦିନିଆ ଓଡ଼ିଶା ଗସ୍ତ କାର୍ଯ୍ୟକ୍ରମରେ ଆସିଛନ୍ତି ରାଷ୍ଟ୍ରପତି । ଆସନ୍ତାକାଲି ପ୍ରବାସୀ ଭାରତୀୟ ଦିବସରେ ହେବେ ସାମିଲ । ଆଜି ଜନତା ମଇଦାନରେ ପ୍ରବାସୀ ଭାରତୀୟ ସମ୍ମିଳନୀକୁ ଉଦ୍‌ଘାଟନ କରିଥିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ଏହି କାର୍ଯ୍ୟକ୍ରମରେ ଯୋଗ ଦେଇ ସେ ନିଜ ଉଦବୋଧନ ରଖିଥିଲେ ଆଉ କହିଛନ୍ତି, ଜଗନ୍ନାଥ ଓ ଲିଙ୍ଗରାଜଙ୍କ ଭୂମିରେ ଆପଣଙ୍କୁ ସ୍ୱାଗତ । କିଛି ଦିନ ପରେ କୁମ୍ଭମେଳା ହେବାକୁ ଯାଉଛି ।  ସେହିପରି ମୁଖ୍ୟମନ୍ତ୍ରୀ ମୋହନ ମାଝୀ ନିଜ ଉଦବୋଧନ ରଖିଥିଲେ। ନିଜ ମନ୍ତବ୍ୟରେ ମୁଖ୍ୟମନ୍ତ୍ରୀ ପଞ୍ଜିନିବେଶ ଉପରେ ଗୁରୁତ୍ବ ଦେଇଥିଲେ । ପୁଞ୍ଜିନିବେଶ ପାଇଁ ପ୍ରବାସୀ ଭାରତୀୟଙ୍କୁ ଅପିଲ୍‌ କରିଥିଲେ ମୁଖ୍ୟମନ୍ତ୍ରୀ ।

Leave a Reply

Your email address will not be published. Required fields are marked *