ଯୁବକଙ୍କୁ ଗୋଡ଼ାଇ ଗୋଡ଼ାଇ ହାଣିଲେ ଦୁର୍ବୃତ୍ତ

ପୁରୀ, ୧୬/୩:  ପୁରୀ ଜିଲ୍ଲା ସ୍ଥିତ ବାସେଳି ସାହିରେ ଏକ ଅଭାବନୀୟ କାଣ୍ଡ ଘଟିଛି। ବାସେଳି ସାହି ମଝିରେ ଜଣେ ଯୁବକଙ୍କୁ ଗୋଡ଼ାଇ ଗୋଡ଼ାଇ ହାଣିଛନ୍ତି ଦୁର୍ବୃତ୍ତ । ବାସେଳୀସାହି ଥାନା ମିଶ୍ରସାହିରେ ଯୁବକଙ୍କୁ ଦୁର୍ବୃତ୍ତମାନେ ମରଣାନ୍ତକ ଆକ୍ରମଣ କରିଛନ୍ତି। ଏହାପରେ ଯୁବକଙ୍କ ଅବସ୍ଥା ଗୁରୁତର ହୋଇଯିବାରୁ ତାଙ୍କୁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଛି ପୋଲିସ । ପୂର୍ବ ଶତ୍ରୁତାରୁ ଆକ୍ରମଣ ହୋଇଥିବା ସନ୍ଦେହ କରୁଛି ପୋଲିସ। ଏହି ଘଟଣା ପରେ ସେଠାରେ ଚାପା ଉତ୍ତେଜନା ଦେଖାଦେଇଛି।