ଦେଶରେ ବଢୁଛି ଏଚଏମପିଭି ଭାଇରସ ଆକ୍ରାନ୍ତଙ୍କ ସଂଖ୍ୟା, ପରିଷ୍କାର ପରିଚ୍ଛନ୍ନତା ଉପରେ ବିଶେଷ ଧ୍ୟାନ ଦେବାକୁ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ରାଜ୍ୟବାସୀଙ୍କୁ ଅନୁରୋଧ

ଭୁବନେଶ୍ୱର, ୧୫/୦୧: ଦେଶରେ ଦ୍ରୁତ ଗତିରେ ବଢ଼ିବାରେ ଲାଗିଛି ଏଚଏମପିଭି ଭାଇରସ।  ଏହାର ମୁକାବିଲା ପାଇଁ ପ୍ରସ୍ତୁତି ଆରମ୍ଭ କରିଛନ୍ତି ରାଜ୍ୟ ସରକାର। ଏନେଇ ଆଜି ସ୍ବାସ୍ଥ୍ୟ ବିଭାଗର ସମୀକ୍ଷା ବୈଠକ ବସିଛି। ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ କମିଶନର ତଥା ଶାସନ ସଚିବ ଅଶ୍ୱତୀ ଏସଙ୍କ ଅଧ୍ୟକ୍ଷତାରେ ବୈଠକ ବସିଛି। ଉଭୟ କେନ୍ଦ୍ର ଓ ରାଜ୍ୟ ସରକାର ଏବଂ ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ ଏହାକୁ ନେଇ ସଂପୂର୍ଣ୍ଣ ସଜାଗ ରହିଛନ୍ତି। ତେଣୁ ଭୂତାଣୁକୁ ନେଇ ଆତଙ୍କୀତ ନହେବାକୁ ପରାମର୍ଶ ଦିଆଯାଇଛି। ଏପର୍ଯ୍ୟନ୍ତ ଓଡ଼ିଶାରେ ଏଚଏମପିଭି ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି। ଜନସଚେତନତା ଓ ସତର୍କତା ଦ୍ୱାରା ସଂକ୍ରମଣକୁ ସହଜରେ ପ୍ରତିହତ କରାଯାଇପାରିବ। ତେଣୁ ପରିଷ୍କାର ପରିଚ୍ଛନ୍ନତା ଉପରେ ବିଶେଷ ଧ୍ୟାନ ଦେବାକୁ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ରାଜ୍ୟବାସୀଙ୍କୁ ଅନୁରୋଧ କରାଯାଇଛି।

Leave a Reply

Your email address will not be published. Required fields are marked *