ଭୁବନେଶ୍ୱର,୨୨/୦୧: ଏସଓଜି ଯବାନଙ୍କ ସ୍ବତନ୍ତ୍ର ଭତ୍ତା ବୃଦ୍ଧି କରିଛନ୍ତି ରାଜ୍ୟ ସରକାର । ବିଭିନ୍ନ ଅପରେସନରେ ଯାଉଥିବା ଏସଓଜି ଯବାନଙ୍କ ସ୍ବତନ୍ତ୍ର ଭତ୍ତାକୁ ୮ହଜାରରୁ ୨୫ ହଜାର ଟଙ୍କାକୁ ବୃଦ୍ଧି କରିବାକୁ ନିଷ୍ପତ୍ତି ନେଇଛନ୍ତି ରାଜ୍ୟ ସରକାର । ଏ ସମ୍ପର୍କରେ ମୁଖ୍ୟମନ୍ତ୍ରୀ ସୋସିଆଲ ମିଡିଆ ପ୍ଲାଟଫର୍ମ ଏକ୍ସରେ ଏକ ପୋଷ୍ଟ କରିଛନ୍ତି । ଯେଉଁଥିରେ ସେ ଓଡ଼ିଶା ପୁଲିସର ଏସଓଜି ଯବାନଙ୍କୁ ଖୁବ ପ୍ରଶଂସା କରିଛନ୍ତି । ଛତିଶଗଡ଼ରେ ସୁରକ୍ଷାବାହିନୀଙ୍କ ମିଳିତ ଅପରେସନରେ ୧୪ଜଣ ମାଓବାଦୀ ନିହତ ହୋଇଛନ୍ତି । ଏଥିରେ ଯବାନଙ୍କ ଭୂମିକା ଗୁରୁତ୍ବପୂର୍ଣ୍ଣ କହିବା ସହ ସେମାନଙ୍କ ପାଇଁ ଏହି ବଡ଼ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ।