ସୁଭଦ୍ରା ଯୋଜନା ପାଇଁ ଆବେଦନ କରିଛନ୍ତି ପୁରୁଷ

ଭୁବନେଶ୍ୱର, ୨୨/୦୧: ସୁଭଦ୍ରା ଯୋଜନାରେ ବଡ଼ ଖୁଲାସା ହୋଇଛି । ସୁଭଦ୍ରା ଯୋଜନା ପାଇଁ ଆବେଦନ କରିଛନ୍ତି ରାଜ୍ୟର ୧୫୭ ଜଣ ପୁରୁଷ । ଏନେଇ ସୂଚନା ଦେଇଛନ୍ତି ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା । କହିଲେ, ଆଧାର କାର୍ଡର ଯେତେବେଳେ ବ୍ୟାଙ୍କ ଲିଙ୍କ ଡାଟା ଆସିଲା ସେତେବେଳେ ଏ ତଥ୍ୟ ସାମ୍ନାକୁ ଆସିଲା । ବେଳେବେଳେ ପୁଅ ନାଁ ଓ ଝିଅ ନାଁ ଏକା ଭଳି ଥାଏ । ସେମାନେ ତ୍ରୃଟିରେ ଆବେଦନ କରିଦେଇଥିବେ କିନ୍ତୁ ସେମାନଙ୍କୁ ଏଥିରୁ ବାଦ୍ ଦିଆଯାଇଛି ।

Leave a Reply

Your email address will not be published. Required fields are marked *