ଭୁବନେଶ୍ୱର,୨୬/୦୧: ୭୬ତମ କଟକ ବିଡ଼ାନାସୀ ପଡ଼ିଆରେ ସାଧାରଣତନ୍ତ୍ର ଦିବସ ସମାରୋହରେ ପତାକା ଉତ୍ତୋଳନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ଏଥିସହ ସେ ରାଜ୍ୟବାସୀଙ୍କୁ ଏହି ଅବସରରେ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ । ଦେଶର ସୁରକ୍ଷା ପାଇଁ ପ୍ରାଣବଳି ଦେଇଥିବା ମହାନ ସଂଗ୍ରାମୀ ଏବଂ ଯବାନଙ୍କ ପ୍ରତି ବିନମ୍ର ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ । ଏହି ପବିତ୍ର ଦିନରେ ବିକଶିତ ଭାରତ, ବିକଶିତ ଓଡ଼ିଶା ନିର୍ମାଣ ପାଇଁ ସମସ୍ତେ ଶପଥ ନେବାକୁ ଆହ୍ବାନ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ।ସାଧାରଣତନ୍ତ୍ର ଦିବସ ପାଇଁ ରାଜ୍ୟବ୍ୟାପି ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି । ସବୁ ପୋଲିସ ଅଧୀକ୍ଷକଙ୍କୁ ଆଲର୍ଟ କରାଯାଇଛି । ଏଥିସହ ଆଖପାଖ ଅଂଚଳ ସିସିଟିଭି ନିୟନ୍ତ୍ରଣରେ ରହିଛି। ନକ୍ସଲ ଅଧ୍ୟୁଷିତ ଅଞ୍ଚଳରେ ମଧ୍ୟ ସୁରକ୍ଷା ବ୍ୟବସ୍ଥାକୁ ବଢ଼ାଯାଇଛି ବୋଲି ଆଇନ ଶୃଙ୍ଖଳା ଏଡିଜି ସୂଚନା ଦେଇଛନ୍ତି ।