ଉତ୍କର୍ଷ ଓଡିଶା କନକ୍ଲେଭ-୨୦୨୫ରେ ମୁଖ୍ୟମନ୍ତ୍ରୀଙ୍କ ଉଦବୋଧନ

ଭୁବନେଶ୍ୱର, ୨୮/୦୧: ଉତ୍କର୍ଷ ଓଡିଶା କନକ୍ଲେଭ-୨୦୨୫  ଭୁବନେଶ୍ବର ଜନତା ମୈଦାନରେ ଉଦଘାଟିତ ହୋଇଛି। ଏହାର ଉଦଘାଟନ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ଅଶ୍ବିନୀ ବୈଷ୍ଣବ, ଶିଳ୍ପପତି ନୀନ ଜିନ୍ଦଲ, ଅନୀଲ ଅଗ୍ରଓ୍ବାଲ, ଶିଳ୍ପପତି କୁମାର ମଙ୍ଗଳମ ବିର୍ଲା, ସଜନ ଜିନ୍ଦଲ, କରଣ ଆଦାନୀ ସାମିଲ ଅଛନ୍ତି । ଉଦଘାଟନ ପରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଉଦବୋଧନ ଦେଇ କହିଥିଲେ, ଓଡିଶା ପୂର୍ବୋଦୟର ଇଞ୍ଜିନ ହେବାକୁ ଯାଉଛି । ଶିଳ୍ପ ବିକାଶ ପାଇଁ ଏଠାରେ ଅପାର ସୁଯୋଗ ରହିଛି । ଆଜିଠୁ ଦୁଇ ଦିନିଆ ଉତ୍କର୍ଷ ଓଡ଼ିଶା ସମ୍ମିଳନୀ । ନିବେଶ ପାଇଁ ଓଡ଼ିଶାରେ ଶିଳ୍ପହସ୍ତୀ। ଆମେରିକା, ଜର୍ମାନୀ, ଅଷ୍ଚ୍ରେଲିଆ, ସିଙ୍ଗାପୁର, ମାଲେସିଆ, ବେଲାରୁସ, ୟୁକେ ଭଳି ୧୬ଟି ଦେଶର ପ୍ରତିନିଧି ଜନତା ମୈଦାନର ଶିଳ୍ପ ସମ୍ମିଳନୀରେ ସାମିଲ ହେବେ । ବଡ ବଡ ବିଜନେସ ଟାଇକୁନ ଏହି ସମ୍ମିଳନୀରେ ଯୋଗଦେବେ। ଯାହା ଉତ୍କର୍ଷ ଓଡିଶାକୁ ବୁଷ୍ଟର ଡୋଜ ଦେବ ବୋଲି କୁହାଯାଉଛି । ଉତ୍କର୍ଷ ଓଡ଼ିଶାରେ ଶହେରୁ ଅଧିକ ଶିଳ୍ପପତିଙ୍କ ସହ ଏମଓୟୁ ସ୍ୱାକ୍ଷାର କରିବା ପାଇଁ ମେଗା ପ୍ଲାନ ପ୍ରସ୍ତୁତ କରିଛନ୍ତି ରାଜ୍ୟ ସରକାର ।

 

Leave a Reply

Your email address will not be published. Required fields are marked *