କରୋନା ନେଇ ସବୁ ମୁଖ୍ୟମନ୍ତ୍ରୀଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ଆଲୋଚନା

ନୂଆଦିଲ୍ଲୀ, ୧୭/୩: ଦେଶରେ ଦିନକୁ ଦିନ ପୁଣି କରୋନା ସଂକ୍ରମଣ ବଢ଼ିବାରେ ଲାଗିଛି। ଏହାରିମଧ୍ୟରେ କରୋନା ନେଇ ସବୁ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ସହ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଲୋଚନା କରିଛନ୍ତି। ସେ ଭିଡିଓ କନଫରେନ୍ସିଂ ଜରିଆରେ ଆଲୋଚନା କରୁଛନ୍ତି ପ୍ରଧାନମନ୍ତ୍ରୀ । ସେ RTPCR ଟେଷ୍ଟ ବଢାଇବାକୁ ସବୁ ରାଜ୍ୟ କୁ ନିର୍ଦ୍ଦେଶ ଦେଇଛନ୍ତି । ଲୋକଙ୍କୁ ଭୟଭୀତ ନକରି ସଚେତନ କରିବା ଦରକାର । ବିଦେଶରୁ ଆସୁଥିବା ଲୋକଙ୍କ କଣ୍ଟାକ୍ଟ ଟ୍ରେସିଂ ଜରୁରୀ ରହିଛି ବୋଲି ସେ କହିଛନ୍ତି।