ଅନ୍ତୋଦୟ ଗୃହ ଯୋଜନାର ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୦୮/୦୨: ଅନ୍ତୋଦୟ ଗୃହ ଯୋଜନାର ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଏହି ଯୋଜନାରେ ସମାଜର ଦୁର୍ବଳ ବର୍ଗର ଲୋକମାନଙ୍କୁ ପକ୍କା ଘର ମିଳିବ। ଏଥିପାଇଁ ମିଳିବ ୧ ଲକ୍ଷ ୨୦ ହଜାର ଟଙ୍କା। ସେମାନଙ୍କ ଜୀବନ ଧାରଣର ମାନ ପରିବର୍ତ୍ତନ କରିବା ଅନ୍ତୋଦୟ ଗୃହ ଯୋଜନା’ର ମୂଳ ଲକ୍ଷ୍ୟ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ। ପ୍ରାକୃତିକ ଅଥବା ମନୁଷ୍ୟକୃତ ବିପର୍ୟ୍ୟୟରେ କ୍ଷତିଗ୍ରସ୍ତ ପରିବାର, ବିଭିନ୍ନ ସରକାରୀ ପ୍ରକଳ୍ପ ହେତୁ ବିସ୍ଥାପିତ ହୋଇଥିବା ପରିବାର, ଭିନ୍ନକ୍ଷମ ବ୍ୟକ୍ତି ମୁଖ୍ୟ ଉପାର୍ଜନକାରୀ ହୋଇଥିବା ପରିବାର, ଜଙ୍ଗଲ ଅଧିକାର ଆଇନ ହିତାଧିକାରୀ ପରିବାର ଏବଂ ପ୍ରଚଳିତ ଗୃହ ନିର୍ମାଣ ଯୋଜନାରେ ଉପକୃତ ହୋଇ ନଥିବା ଯୋଗ୍ୟ ପରିବାରବର୍ଗଙ୍କୁ ଏହି ଯୋଜନାରେ ପକ୍କାଘର ଯୋଗାଇ ଦିଆଯିବ । ଏହି ଯୋଜନାରେ ହିତାଧିକାରୀ ୨୫ ବର୍ଗ ମିଟର ପରିଧି ବିଶିଷ୍ଟ ପକ୍କା ଘର ନିର୍ମାଣ ପାଇଁ ୧ ଲକ୍ଷ ୨୦ ହଜାର ଟଙ୍କାର ଆର୍ଥିକ ସହାୟତା ରାଶି ପାଇପାରିବେ । ତିନି ବର୍ଷ ମଧ୍ୟରେ ଏହି ଯୋଜନାରେ ଅନ୍ୟୁନ୍ୟ ୨, ୨୫, ୦୦୦ ନୂତନ ପକ୍କା ଘର ମଞ୍ଜୁର କରାଯିବ।

Leave a Reply

Your email address will not be published. Required fields are marked *