ନୂଆଦିଲ୍ଲୀ,୧୨/୦୨: ଚାମ୍ପିୟନ୍ସ ଟ୍ରଫିରୁ ବାଦ ପଡ଼ିଲେ ଷ୍ଟାର୍ ବୋଲର ଯଶପ୍ରୀତ ବୁମରା । ଫିଟ୍ ନହେବାରୁ ବିସିସିଆଇ ଏପରି ନିଷ୍ପତ୍ତି ନେଇଛି । ବୁମରାଙ୍କ ସ୍ଥାନରେ ହର୍ଷିତ ରାଣାଙ୍କୁ ସୁଯୋଗ ମିଳିଛି । ଏହାସହ ଯଶସ୍ୱୀ ଜୈସ୍ୱାଲଙ୍କ ବଦଳରେ ବରୁଣ ଚକ୍ରବର୍ତ୍ତୀଙ୍କୁ ଦଳରେ ସାମିଲ କରାଯାଇଛି । ଆହତ ବୁମରା ବେଙ୍ଗାଲୁରୁ ସ୍ଥିତ ଜାତୀୟ କ୍ରିକେଟ୍ ଏକାଡେମୀରେ ଚିକିତ୍ସିତ ହେଉଛନ୍ତି । ଗତ ବର୍ଷ ବର୍ଡର-ଗାଭାସ୍କର ଟ୍ରଫିର ଅନ୍ତିମ ଟେଷ୍ଟରେ ବୁମରା ଆହତ ହୋଇଥିଲେ । ୧୯ ତାରିଖରୁ ଆରମ୍ଭ ହେବାକୁ ଯାଉଥିବା ଚାମ୍ପିୟନ୍ସ ଟ୍ରଫି ପାଇଁ ଗତ ମାସରେ ଘୋଷଣା କରାଯାଇଥିବା ସମ୍ଭାବ୍ୟ ଦଳରେ ବୁମରାଙ୍କୁ ସ୍ଥାନ ମିଳିଥିଲା ।