ଭିଜିଲାନ୍ସ ଜାଲରେ ଏସ୍‌ଟିଏ ଡେପୁଟି କମିଶନର, ଏକକାଳୀନ ୯ଟି ସ୍ଥାନରେ ଚାଲିଛି ରେଡ୍

ଭୁବନେଶ୍ୱର, ୬/୦୨: ଭିଜିଲାନ୍ସ ଜାଲରେ ଏସ୍‌ଟିଏ ଡେପୁଟି କମିଶନର  ପ୍ରଦୀପ କୁମାର ମହାନ୍ତି । ତାଙ୍କ ବିଭିନ୍ନ ଠିକଣାରେ ଭିଜିଲାନ୍ସ ବିଭାଗର ଚଢ଼ାଉ ହୋଇଛି । ଆୟଠୁ ଅଧିକ ସମ୍ପତ୍ତି ଠୁଳ ଅଭିଯୋଗରେ ଏକକାଳୀନ ୯ଟି ସ୍ଥାନରେ ଚାଲିଛି ଭିଜିଲାନ୍ସ ରେଡ୍ । ଭୁବନେଶ୍ବର, ଖୋର୍ଦ୍ଧା, ପୁରୀ, ନୟାଗଡ଼ ଓ କଟକର ବିଭିନ୍ନ ସ୍ଥାନରେ ଚଢ଼ାଉ ହୋଇଛି । ଭୁବନେଶ୍ବର ମୈତ୍ରୀ ବିହାର ସ୍ଥିତ ଘର, ରଘୁନାଥପୁରରେ ଥିବା ଫ୍ଲାଟ୍, ଗୋବିନ୍ଦପ୍ରସାଦରେ ଥିବା ୫ ମହଲା ନିର୍ମାଣଧିନ କୋଠାରେ ରେଡ୍ କରୁଛି ଭିଜିଲାନ୍ସ ।

Leave a Reply

Your email address will not be published. Required fields are marked *