ଭୁବନେଶ୍ୱର,୧୩/୦୩: ବିଜେଡି ନେତା ରାଜା ଚକ୍ରଙ୍କୁ ଗିରଫ କଲା କ୍ରାଇମବ୍ରାଞ୍ଚ । ଗନ୍ଧମାର୍ଦ୍ଦନ ଖଣି ଲୋଡିଂ ଏଜେନ୍ସି ଦୁର୍ନୀତି ମାମଲାରେ ଗିରଫ ହୋଇଛନ୍ତି । ଏହାକୁ ନେଇ ପ୍ରେସମିଟରେ ସୂଚନା ଦେଲେ କ୍ରାଇମବ୍ରାଞ୍ଚ ଡିଜି । ୨୦୧୭-୧୮ରୁ ମାର୍ଚ୍ଚ ୨୦୨୪ ମଧ୍ୟରେ ୧୮୫ କୋଟି ଆୟ କରିଥିଲା ଏଜେନ୍ସି । ଆୟ ଏହାଠାରୁ ଅଧିକ ବି ହୋଇପାରେ, ଅଡିଟ୍ ହେଲେ ଜଣାପଡ଼ିବ ବୋଲି କହିଛନ୍ତି କ୍ରାଇମବ୍ରାଞ୍ଚ ଡିଜି । ପାରିପାର୍ଶ୍ବିକ ବିକାଶ ପାଇଁ ୩୪ କୋଟି ଖର୍ଚ୍ଚ ହୋଇଥିବା ଦେଖାଇଛନ୍ତି । କିନ୍ତୁ କୌଣସି ପାରିପାର୍ଶ୍ବିକ ବିକାଶ ହୋଇନଥିବା ୨ ଜଣ ବିଡିଓ କହିଛନ୍ତି ।