ଭୁବନେଶ୍ୱର,୧୮/୦୩: ପଞ୍ଚଭୂତରେ ବିଲୀନ ହେଲେ ପୂର୍ବତନ କେନ୍ଦ୍ରମନ୍ତ୍ରୀ ଦେବେନ୍ଦ୍ର ପ୍ରଧାନ । ବିଜେପି ରାଜ୍ୟ ସଭାପତି ଭାବେ ଦୃଢ ନେତୃତ୍ୱ ଦେଇ ଓଡିଶାରେ ଭାରତୀୟ ଜନତା ପାର୍ଟିର ଅଭ୍ୟୁଦୟରେ ସେ ଗୁରୁତ୍ୱପୂର୍ଣ୍ଣ ଅବଦାନ ରଖିଥିଲେ । ବରିଷ୍ଠ ନେତାଙ୍କ ସହ ମନ୍ତ୍ରୀ, ବିଧାୟକ ସାମିଲ ହୋଇଥିଲେ । ଗତକାଲି ସଂଧ୍ୟାରେ ଭୁବନେଶ୍ବର ବିମାନବନ୍ଦରରେ ପହଂଚିବା ପରେ ଦେବେନ୍ଦ୍ରଙ୍କୁ ଗାର୍ଡ ଅଫ ଅନର ଦିଆଯାଇଥିଲା । ବିମାନବନ୍ଦରରେ ବିଭିନ୍ନ ଦଳର ରାଜନେତା ପଂହଚିଥିଲେ । ଏହାପରେ ମରଶରୀରକୁ ବିଜେପି ରାଜ୍ୟ କାର୍ଯ୍ୟାଳୟକୁ ନିଆଯାଇଥିଲା । ପରେ ଦେବେନ୍ଦ୍ରଙ୍କ ପାର୍ଥିବ ଶରୀରକୁ ତାଙ୍କ ଭୁବନେଶ୍ବରସ୍ଥିତ ବାସଭବନରେ ରଖାଯାଇଥିଲା ।
ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଓ ବିରୋଧୀ ଦଳ ନେତା ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦେବେନ୍ଦ୍ର ପ୍ରଧାନଙ୍କ ଶେଷ ଦର୍ଶନ କରିଛନ୍ତି । ଆଜି ସକାଳେ ତାଙ୍କ ପାର୍ଥିବ ଶରୀରକୁ ପୁରୀ ନିଆଯାଇଛି । ୮୪ ବର୍ଷ ବୟସରେ ନୂଆଦିଲ୍ଲୀରେ ଦେବେନ୍ଦ୍ର ପ୍ରଧାନଙ୍କ ପରଲୋକ ହୋଇଥିଲା । କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ବାପା ହେଉଛନ୍ତି ଡାକ୍ତର ଦେବେନ୍ଦ୍ର ପ୍ରଧାନ। ଅଟଳ ବିହାରୀ ବାଜପେୟୀଙ୍କ ସରକାରରେ କେନ୍ଦ୍ରମନ୍ତ୍ରୀ ରହିଥିଲେ ଦେବେନ୍ଦ୍ର ପ୍ରଧାନ।