ଭୁବନେଶ୍ୱର,୦୬/୦୪: ରାଜ୍ୟର ସବୁ ଜିଲ୍ଲାମାନଙ୍କରେ ଏବେ ଗ୍ରୀଷ୍ମପ୍ରବାହ ଜାରି ରହିଛି। ଆଜି ୩ ସହରର ତାପମାତ୍ରା ୪୦ ଡିଗ୍ରି ଉପରେ ରହିଥିବା ବେଳେ ୭ ସହରର ତାପମାତ୍ରା ୩୯ ଡିଗ୍ରି ଉପରେ ରହିଥିଲା। ଆସନ୍ତାକାଲି କୋରାପୁଟ୍, ମାଲକାନଗିରି, ରାୟଗଡ଼ା, ଗଜପତି ଓ ଗଞ୍ଜାମରେ ବର୍ଷା ଆଶଙ୍କା ଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।୮ରୁ ୧୧ ତାରିଖ ପର୍ଯ୍ୟନ୍ତ ବର୍ଷା ଆଶଙ୍କା ରହିଛି। ୮ ତାରିଖ ଦିନ କୋରାପୁଟ୍, ମାଲକାନଗିରି, ରାୟଗଡ଼ା, ମୟୂରଭଞ୍ଜ, କେନ୍ଦୁଝର ଓ ସୁନ୍ଦରଗଡ଼ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଦିଆଯାଇଛି। ସେହିଭଳି ୯ ତାରିଖ ପାଇଁ କୋରାପୁଟ, ମାଲକାନଗିରି, ରାୟଗଡ଼ା, ଗଜପତି, ଗଞ୍ଜାମ, ମୟୂରଭଞ୍ଜ, କେନ୍ଦୁଝର ଓ ସୁନ୍ଦରଗଡ଼ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଦିଆଯାଇଛି।