ଭୁବନେଶ୍ୱର,୧୫/୦୪: ରାଜ୍ୟରେ ଆହୁରି ୭ ଦିନ ତାଣ୍ଡବ ରଚିବ କାଳବୈଶାଖୀ । ରାଜ୍ୟରେ କାଳବୈଶାଖୀ ବର୍ଷାକୁ ନେଇ ସତର୍କ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର। ଆଜି ପାଇଁ ୨୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ସେଥିମଧ୍ୟରୁ ୭ଟି ଜିଲ୍ଲାରେ ପ୍ରବଳ ବର୍ଷା ହେବାନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ବର୍ଷା ସମୟରେ ଘଣ୍ଟା ପ୍ରତି ୪୦ରୁ ୫୦ କିଲୋମିଟର ବେଗରେ ପବନ ବହିବା ଆଶଙ୍କା ରହିଛି । ସେହିପରି ବୁଧବାର ୨୩ ଜିଲ୍ଲାକୁ ୱାର୍ଣ୍ଣିଂ ଜାରି ହୋଇଛି । ତେବେ ପଶ୍ଚିମ ଓଡ଼ିଶାରେ ଗ୍ରୀଷ୍ମ ପ୍ରବାହ ଜାରି ରହିବ ବୋଲି ଆକଳନ କରାଯାଉଛି । ଗତ ୨୪ ଘଣ୍ଟାରେ କିଛି ସ୍ଥାନରେ ବର୍ଷା ହୋଇଥିବା ବେଳେ ୩ଟି ସ୍ଥାନରେ ତାପମାତ୍ରା ୪୦ ଡିଗ୍ରୀ ଉପରେ ରେକର୍ଡ କରାଯାଇଛି ।