ଭୁବନେଶ୍ୱର,୧୭/୦୪: ବିଜୁ ଜନତା ଦଳର ସଭାପତି ପଦ ପାଇଁ ନାମାଙ୍କନ ଭରିଲେ ନବୀନ ପଟ୍ଟନାୟକ । ଶଙ୍ଖ ଭବନରେ ସଭାପତି ପଦ ପାଇଁ ନବୀନ ବିଧିବଦ୍ଧ ଭାବେ ନାମାଙ୍କନ ପତ୍ର ଦାଖଲ କରିଛନ୍ତି । ନିର୍ବାଚନ ଅଧିକାରୀ ପ୍ରତାପ ଦେବଙ୍କ ନିକଟରେ ନାମାଙ୍କନ ଦାଖଲ କରିଛନ୍ତି । ତେବେ ନବମ ଥର ପାଇଁ ସେ ବିଜେଡିର ସଭାପତି ହେବା ଏକପ୍ରକାର ପକ୍କା । ଏନେଇ ଆସନ୍ତା ୧୯ ତାରିଖରେ ବିଧିବଦ୍ଧ ଭାବେ ନାଁ ଘୋଷଣା ହେବ ।