ଦିନରେ ରାତିର ଭ୍ରମ, ରାଜଧାନୀରେ ପ୍ରବଳ ଛେଚିଲା ବର୍ଷା

ଭୁବନେଶ୍ୱର,୧୮/୦୪: ହଟାତ ବଦଳିଲା ରାଜଧାନୀର ପାଗ। ଦିନରେ ସୃଷ୍ଟି ହେଲା ରାତିର ପାଗ। ଆଜ ଚାହୁଁ ଚାହୁଁ ନାଦିଲା ବର୍ଷା। ସୁ ସୁ ପବନରେ ଉପାଡିଲା ଗଛ।

ଏବେ ରାଜ୍ୟରେ ଜାରି ରହିଛି କାଳବୈଶାଖୀ ବର୍ଷା। ଭୋର୍‌ରୁ ଭୁବନେଶ୍ୱର ସମେତ ବିଭିନ୍ନ ସ୍ଥାନରେ ଝିପିଝିପି ବର୍ଷା ହୋଇଛି । ଟ୍ୱିନସିଟିରେ ମେଘୁଆ ରହିଛି ପାଗ । ଆଜି ବି ବିଭିନ୍ନ ସ୍ଥାନରେ କାଳବୈଶାଖୀ ପ୍ରଭାବ ରହିବା ନେଇ ସତର୍କତା ଜାରି ହୋଇଛି । ଆଜି ପାଇଁ ୧୫ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଏହିସବୁ ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ପବନ ସମ୍ଭାବନା ରହିଛି ।ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକରେ କାଳବୈଶାଖୀର ବିଶେଷ ପ୍ରଭାବ ଦେଖିବାକୁ ମିଳିବ । ବାଲେଶ୍ୱର ଏବଂ ମୟୂରଭଞ୍ଜ ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ଏବଂ କୁଆପଥର ବର୍ଷା ହୋଇପାରେ । କିଛି ସ୍ଥାନରେ ୫୦ରୁ ୬୦ କିମି ବେଗରେ ପବନ ବହିପାରେ । ସେହିପରି ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ ଏବଂ ମାଲକାନଗିରି ଜିଲ୍ଲାରେ କାଳବୈଶାଖୀ ବର୍ଷା ସମ୍ଭାବନା ରହିଛି । ଆସନ୍ତା ଦୁଇ ଦିନ ପର୍ଯ୍ୟନ୍ତ ରାଜ୍ୟର ଅଧିକାଂଶ ସ୍ଥାନରେ କାଳବୈଶାଖୀ ପ୍ରଭାବ ଲାଗି ରହିବ ।

Leave a Reply

Your email address will not be published. Required fields are marked *