ଭୁବନେଶ୍ୱର,୧୮/୦୪: ଆସନ୍ତା ୩୦ରୁ ପୁରୀରେ ମହାପ୍ରଭୁଙ୍କର ଚନ୍ଦନ ଯାତ୍ରା ଆରମ୍ଭ ହେବ। ଏହି ସାଂସ୍କୃତିକ ଓ ଆଧ୍ୟାତ୍ମିକ ଯାତ୍ରା ୨୧ ଦିନ ପର୍ଯ୍ୟନ୍ତ ଜାରି ରହିବ। ଏନେଇ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଜାରି ରହିଛି। ଭକ୍ତଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ଚଳିତ ଥର ଚନ୍ଦନ ଯାତ୍ରାରେ ବାଣ ନିଷିଦ୍ଧ କରାଯାଇଛି। ଭକ୍ତ ଓ ସେବାୟତଙ୍କ ପାଇଁ ବୀମା ବ୍ୟବସ୍ଥା କରାଯାଇଛି। ଛତିଶାନିଯୋଗ ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି।ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀ କହିଛନ୍ତି, ଚନ୍ଦନଯାତ୍ରା ନୀତି ନିର୍ଘଣ୍ଟକୁ ଛତିଶାନିଯୋଗର ଅନୁମୋଦନ ଦେଇଛି। ନରେନ୍ଦ୍ର ପୁଷ୍କରିଣୀ ବାହାରେ ୨ଟି ଫାଷ୍ଟଏଡ୍ ସେଣ୍ଟର ପ୍ରତିଷ୍ଠା କରାଯିବ।