ଭୁବନେଶ୍ୱର,୧୯/୦୪: ରାଜ୍ୟରେ ଆହୁରି ୩ ଦିନ ଲାଗି ରହିବ କାଳବୈଶାଖୀ ବର୍ଷା । ୨୨ ତାରିଖ ଯାଏ ବର୍ଷା ନେଇ ସତର୍କତା ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ୨୩ ତାରିଖ ବେଳକୁ ପାଗରେ ପରିବର୍ତ୍ତନ ହେବ । ତେବେ ବର୍ତ୍ତମାନ ରାଜ୍ୟ ଉପରେ ଦୁଇଟି ଟ୍ରପ ଲାଇନ୍ ବା ନିମ୍ନ ଚାପ ରେଖା ସକ୍ରିୟ ରହିଛି । ଯାହା ପ୍ରଭାବରେ ବର୍ଷା ହେଉଛି । ୨୪ ଘଣ୍ଟା ମଧ୍ୟରେ ୬ ଜିଲ୍ଲାକୁ ବର୍ଷା ନେଇ ସତର୍କ ସୂଚନା ଜାରି କରାଯାଇଛି । ମୟୁରଭଞ୍ଜ, ବାଲେଶ୍ୱର, ଭଦ୍ରକ, କୋରାପୁଟ, ରାୟଗଡ଼ା ଓ ମାଲକାନଗିରିର କିଛି ସ୍ଥାନରେ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ବର୍ଷା ସମୟରେ ୫୦ରୁ ୬୦ କିଲୋମିଟର ବେଗରେ ପବନ ବହିବାର ଆଶଙ୍କା ରହିଛି । ତେବେ ଆଗାମୀ ତିନିଦିନ ହାଲୁକାରୁ ମଧ୍ୟମ ଧରଣର ବର୍ଷା ଅଧିକାଂଶ ସ୍ଥାନରେ ହେବାକୁ ଥିବାବେଳେ ୨ ଦିନ ପରେ ୨ରୁ ୩ ଡିଗ୍ରୀ ତାପମାତ୍ରା ବଢିବ ବୋଲି ଆକଳନ କରାଯାଇଛି ।