ଭୁବନେଶ୍ୱର,୨୦/୦୪: ରାଜ୍ୟରେ ଆଶ୍ୱସ୍ତି ଦେଉଛି କାଳବୈଶାଖୀ ବର୍ଷା । ରାଜ୍ୟରେ ଜାରି ରହିଛି କାଳବୈଶାଖୀ ବର୍ଷା । ରାଜ୍ୟରେ ୨୫ ତାରିଖ ଯାଏଁ ଘଡଘଡି ସହ ପ୍ରବଳ ବର୍ଷା ସମ୍ଭାବନା ରହିଛି ।ରାଜ୍ୟର ବିଭିନ୍ନ ସ୍ଥାନରେ ଘଡଘଡି, କୁଆପଥର ବର୍ଷା ନେଇ ଆଲର୍ଟ କରିଛି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଆଜି ପାଇଁ ୧୩ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ ।ମୟୂରଭଞ୍ଜ, ବାଲେଶ୍ବର, କେନ୍ଦୁଝର, ଭଦ୍ରକ, ମାଲକାନଗିରି, କୋରାପୁଟ, ରାୟଗଡା, ଗଜପତି, ଗଞ୍ଜାମ, କନ୍ଧମାଳ, କଳାହାଣ୍ଡି, ନବରଙ୍ଗପୁର, ନୂଆପଡ଼ା ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।ଏହି ଜିଲ୍ଲା ଗୁଡିକରେ ୩୦ରୁ ୪୦ ଏବଂ କିଛି ସ୍ଥାନରେ ଘଣ୍ଟା ପ୍ରତି ୫୦ କିମି ବେଗରେ ପବନ ସହ ଝଡ଼ତୋଫାନ ସମ୍ଭାବନା ରହିଛି । ପାଣିପାଗ ବିଭାଗ ପକ୍ଷରୁ ମିଳିଥିବା ସୂଚନା ଅନୁସାରେ, ରାଜ୍ୟ ଉପରେ ୨ଟି ଟ୍ରପ୍ ଲାଇନ୍ ବା ନିମ୍ନ ରେଖା ସକ୍ରିୟ ରହିଛି । ଯାହାର ପ୍ରଭାବରେ ବର୍ଷା ହେଉଛି।