ଆସନ୍ତା ୨୬ ତାରିଖ ଯାଏଁ ରାଜ୍ୟରେ ତାତିରୁ ମିଳିବନି ତ୍ରାହି

ଭୁବନେଶ୍ୱର,୨୪/୦୪: ସାରା ରାଜ୍ୟରେ ଖରା ସାଙ୍ଗକୁ ଗୁଳୁଗୁଳି ଜନଜୀବନକୁ ଅସ୍ତବ୍ୟସ୍ତ କରି ପକାଇଲାଣି । ଆସନ୍ତା ୨୬ ତାରିଖ ଯାଏଁ ଏଥିରୁ ନିସ୍ତାର ମିଳିବ ନାହିଁ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି। ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଝାରସୁଗୁଡ଼ା, ସୁନ୍ଦରଗଡ଼, ସମ୍ବଲପୁର, ସୁବର୍ଣ୍ଣପୁର, ବୌଦ୍ଧ, ବଲାଙ୍ଗୀର ଜିଲ୍ଲାରେ ଗ୍ରୀଷ୍ମପ୍ରବାହ ହେବାକୁ ଥିବାରୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି। ବଲାଙ୍ଗୀର, ସମ୍ବଲପୁର ଓ ସୁନ୍ଦରଗଡ଼ ଜିଲ୍ଲାର ‌କେତେଜ ସ୍ଥାନରେ ରାତିରେ ପ୍ରବଳ ଗରମ ଅନୁଭୁତ ହେବ। ନୂଆପଡ଼ା, ବରଗଡ଼, କଳାହାଣ୍ଡି, ଦେବଗଡ଼ ଓ ଅନୁଗୁଳ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ଗ୍ରୀଷ୍ମ ପ୍ରବାହ ଏବଂ ଉପକୂଳବର୍ତ୍ତୀ ଜିଲ୍ଲାର କେତେକ ସ୍ଥାନରେ ଉଷ୍ମ ଓ ଆର୍ଦ୍ର ଅବସ୍ଥା ହେବା ଜାରି ରହିବ। ଆସନ୍ତା ୨୭ ତାରିଖ ବେଳକୁ ତାପମାତ୍ରାରେ ସାମାନ୍ୟ ପରିବର୍ତ୍ତନ ଆସିବ। ତେବେ ଉତ୍ତର ଓ ଉପକୂଳ ଓଡ଼ିଶାରେ ତାପମାତ୍ରା ସାମାନ୍ୟ ହ୍ରାସ ପାଇବ। ଗୋପାଳପୁର, ପୁରୀ ଓ ପାରାଦୀପର ତାପମାତ୍ରା ୩୨ରୁ ୩୪ ଡିଗ୍ରି ମଧ୍ୟରେ ରହିବ। ଢେଙ୍କାନାଳ, ଯାଜପୁର, ଗଞ୍ଜାମ, ଗଜପତି, ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ ପ୍ରଭୃତି ଜିଲ୍ଲାର ତାପମାତ୍ରା ୩୮ ଡିଗ୍ରି ଭିତରେ ରହିବ।

Leave a Reply

Your email address will not be published. Required fields are marked *