ଦେଶରେ ପୁଣି ବଢୁଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା: ୨୪ ଘଣ୍ଟାରେ ୪୭,୨୬୨ ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ, ୨୪/୩: ଦେଶରେ ଧିରେ ଧିରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା  ପୁଣିଥରେ ବଢ଼ିବାରେ ଲାଗିଛି। ଗତ ୨୪ଘଣ୍ଟାରେ ୪୭,୨୬୨ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୨୭୫ ଜଣଙ୍କର ମୃତ୍ୟୁ ଘଟିଛି । ଏହାସହ ଦେଶରେ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧ କୋଟି ୧୭ ଲକ୍ଷ ୩୪ହଜାର ୦୫୮କୁ ବୃଦ୍ଧି ପାଇଛି ଓ କରୋନା ଜନିତ ମୃତ୍ୟୁସଂଖ୍ୟା ୧,୬୦,୪୪୧ ରେ ପହଞ୍ଚିଛି । ମୋଟ ଆକ୍ରାନ୍ତଙ୍କ ମଧ୍ୟରୁ ୧,୧୨,୦୫,୧୬୦ ସୁସ୍ଥ ହୋଇଛନ୍ତି । କିନ୍ତୁ ଏବେ ବି ବିଭିନ୍ନ ହସ୍ପିଟାଲରେ ୩,୬୮,୪୫୭ ଜଣ କରୋନା ରୋଗୀ ଚିକିତ୍ସାଧୀନ ରହିଛନ୍ତି । ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ସୂଚନା ମିଳିଛି ।