ରାଜ୍ୟରେ ଆଜି ୨୧୦ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୨୭/୩: ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିବାରେ ଲାଗିଛି। ଏହାରିମଧ୍ୟରେ ଆଜି ରାଜ୍ୟରେ ଦିନକରେ ଆଉ ୨୧୦ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ସଂଗରୋଧରୁ ୧୨୪ ଓ ସ୍ଥାନୀୟ ଅଞ୍ଚଳରୁ ୮୬ ରୋଗୀ ଚିହ୍ନଟ ହୋଇଛନ୍ତି। ଏହାସହ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୯ ହଜାର କୁ ୯୦୪ବୃଦ୍ଧି ପାଇଛି। ସମୁଦାୟ ଆକ୍ରାନ୍ତଙ୍କ ମଧ୍ୟରୁ  ୩ ଲକ୍ଷ ୩୬ ହଜାର ୪୮୨ ଜଣ ସୁସ୍ଥ ହୋଇଛନ୍ତି। କିନ୍ତୁ  ଏବେ ବି ୧୪୪୯ ଜଣ ଚିକିତ୍ସାଧୀନ ଅଛନ୍ତି।