ରାଜ୍ୟରେ ଆଜି ୪୭୧ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, ୪/୪: ରାଜ୍ୟରେ ପୁଣିଥରେ  ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢିବାରେ ଲାଗିଛି। ଏହାରିମଧ୍ୟରେ ଆଜି ରାଜ୍ୟରେ ଦିନକରେ ଆଉ ୪୭୧ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ସଂଗରୋଧରୁ ୨୭୮ ଓ ସ୍ଥାନୀୟ ଅଞ୍ଚଳରୁ ୧୯୩ ରୋଗୀ ଚିହ୍ନଟ ହୋଇଛନ୍ତି। ଏହାସହ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୪୨ ହଜାର ୬୯୫କୁ ବୃଦ୍ଧି ପାଇଛି। ସମୁଦାୟ ଆକ୍ରାନ୍ତଙ୍କ ମଧ୍ୟରୁ  ୩ ଲକ୍ଷ ୩୭ ହଜାର ୬୩୫ ଜଣ ସୁସ୍ଥ ହୋଇଛନ୍ତି। କିନ୍ତୁ  ଏବେ ବି ୩୦୮୫ ଜଣ ଚିକିତ୍ସାଧୀନ ଅଛନ୍ତି।