କରୋନା ସ୍ଥିତି ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୬/୪: ରାଜ୍ୟରେ ଏବେ ଦିନକୁ ଦିନ ପୁଣିଥରେ କରୋନା ସଂକ୍ରମଣ ବଢ଼ିବାରେ ଲାଗିଛି। ଏହାରି ମଧ୍ୟରେ ଆଜି କରୋନା ସ୍ଥିତି ସମୀକ୍ଷା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଏହାପରେ ପୋଲିସ ଡିିଜି ଅଭୟ ଙ୍କୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ଯଥେଷ୍ଟ ପୁଲିସ କର୍ମୀଙ୍କୁ ନିୟୋଜିତ କରିବାକୁ କହିଛନ୍ତି ମୁଖ୍ୟମନ୍ତ୍ରୀ । ୧୦ ଦିନ କରୋନା କଟକଣା ସାରା ରାଜ୍ୟରେ କଡାକଡି ପାଳନ ହେବ । ଏଥିପାଇଁ ସ୍ୱତନ୍ତ୍ର ଡ୍ରାଇଭ୍ କରିବାକୁ ଓଡିଶା ପୋଲିସକୁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ।