୨୪ଘଣ୍ଟାରେ ୫୪,୦୪୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ଓ ୭୧୭ ମୃତ

ନୂଆଦିଲ୍ଲୀ, ୨୧/୧୦: ଦେଶରେ ଧିରେ ଧିରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମୁଛି । ଗତ ୨୪ଘଣ୍ଟାରେ ୫୪,୦୪୪ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୭୧୭ ଜଣଙ୍କର ମୃତ୍ୟୁ ଘଟିଛି । ଏହାସହ ଦେଶରେ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୭୬,୫୧,୧୦୭କୁ ବୃଦ୍ଧି ପାଇଛି ଓ କରୋନା ଜନିତ ମୃତ୍ୟୁସଂଖ୍ୟା ୧,୧୫,୯୧୪ ରେ ପହଞ୍ଚିଛି । ମୋଟ ଆକ୍ରାନ୍ତଙ୍କ ମଧ୍ୟରୁ ୬୭,୯୫,୧୦୩ ସୁସ୍ଥ ହୋଇଛନ୍ତି । କିନ୍ତୁ ଏବେ ବି ବିଭିନ୍ନ ହସ୍ପିଟାଲରେ ୭,୪୦,୦୯୦ଜଣ କରୋନା ରୋଗୀ ଚିକିତ୍ସାଧୀନ ରହିଛନ୍ତି ।