ଏପ୍ରିଲ ୩୦ ଯାଏ ଓଡ଼ିଶା-ଛତିଶଗଡ଼ ମଧ୍ୟରେ ଯାତ୍ରୀ ପରିବହନ ସେବା ବନ୍ଦ

ଭୁବନେଶ୍ୱର, ୮/୪: ଦେଶରେ କରୋନା ସଂକ୍ରମଣ ପୁଣିଥରେ ବଢ଼ିବାରେ ଲାଗିଛି। ସେହିପରି ରାଜ୍ୟରେ ମଧ୍ୟ ଏପରି କରୋନା ସଂକ୍ରମଣ ବଢୁଛି। ସବୁ ପରିସ୍ଥିତିକୁ ଦୃଷ୍ଟିରେ ରଖି ଏପ୍ରିଲ ୩୦ ଯାଏ ଓଡ଼ିଶା-ଛତିଶଗଡ଼ ମଧ୍ୟରେ ଯାତ୍ରୀ ପରିବହନ ସେବା ବନ୍ଦ ରଖିବାକୁ ନିଷ୍ପତି ନିଆଯାଇଛି।ଛତିଶଗଡ଼ରେ କରୋନା ସଂକ୍ରମଣ ବଢ଼ୁଥିବାରୁ ଏଭଳି ନିଷ୍ପତ୍ତି ନିଆଯାଇଛି। ଏହି ନିୟମକୁ କଡ଼ାକଡ଼ି ଭାବେ ଲାଗୁ କରିବାକୁ ସୀମାବର୍ତ୍ତୀ ଜିଲ୍ଲାପାଳଙ୍କୁ ନିର୍ଦେଶ ଦିଆଯାଇଛି। ଏନେଇ ଏସାରସୀଙ୍କ କାର୍ଯ୍ୟାଳୟ ପକ୍ଷରୁ ବିଜ୍ଞପ୍ତି ଜାରି କରାଯାଇଛି।