ଝଡ଼ବର୍ଷା ସହ ବଜ୍ରପାତ: ୯ ଜିଲ୍ଲାକୁ ଅରେଞ୍ଜ ଓ ୧୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର, ୯/୪: ରାଜ୍ୟରେ କିଛି ଦିନ ପୂର୍ବେ ଅସହ୍ୟ ତାତି କୁ ଗରମ , ଖରା ବଢ଼ିବାରେ ଲାଗିଥିଲା। ଏହାରି ମଧ୍ୟରେ ଆଜିଠାରୁ ୪ ଦିନ ଯାଏ ରାଜ୍ୟରେ ଝଡ଼ବର୍ଷା ସହ ବଜ୍ରପାତ ଆଶଙ୍କା ରହିିିଛି। ଏନେଇ ଆଜି ୯ ଜିଲ୍ଲାକୁ ଅରେଞ୍ଜ ଓ ୧୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ପାଣିପାଗ ବିଭାଗ ପକ୍ଷରୁ ଜାରି କରାଯାଇଛି।

ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଥିବା ଜିଲ୍ଲା ଗୁଡିକ ମୟୂରଭଞ୍ଜ, ବାଲେଶ୍ବର, କେନ୍ଦୁଝର, ଯାଜପୁର, ଭଦ୍ରକ, କେନ୍ଦ୍ରାପଡ଼ା, କୋରାପୁଟ, ଗଜପତି ଓ ରାୟଗଡ଼ା। ସେହିପରି ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଥିବା ଜିଲ୍ଲା ଗୁଡିକ କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଅନୁଗୁଳ, ବୌଦ୍ଧ, ସୁନ୍ଦରଗଡ଼, ମାଲକାନଗିରି, କନ୍ଧମାଳ, କଳାହାଣ୍ଡି, ନବରଙ୍ଗପୁର ଓ ଢେଙ୍କାନାଳ।