ରାଜ୍ୟରେ ଆଜି ୧୩୭୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୧୧/୪: ରାଜ୍ୟରେ ପୁଣିଥରେ  ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢିବାରେ ଲାଗିଛି। ଏହାରିମଧ୍ୟରେ ଆଜି ରାଜ୍ୟରେ ଦିନକରେ ଆଉ ୧୩୭୯ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ସଂଗରୋଧରୁ ୮୦୮ ଓ ସ୍ଥାନୀୟ ଅଞ୍ଚଳରୁ ୫୭୧ ରୋଗୀ ଚିହ୍ନଟ ହୋଇଛନ୍ତି। ଏହାସହ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୪୯ ହଜାର ୫୬୧କୁ ବୃଦ୍ଧି ପାଇଛି। ସମୁଦାୟ ଆକ୍ରାନ୍ତଙ୍କ ମଧ୍ୟରୁ  ୩ ଲକ୍ଷ ୩୯ ହଜାର ୬୦୩ ଜଣ ସୁସ୍ଥ ହୋଇଛନ୍ତି। କିନ୍ତୁ  ଏବେ ବି ୭୯୭୯ ଜଣ ଚିକିତ୍ସାଧୀନ ଅଛନ୍ତି।