ରାଜ୍ୟରେ ଆଜି ୧୭୪୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୧୨/୪: ରାଜ୍ୟରେ ପୁଣିଥରେ  ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢିବାରେ ଲାଗିଛି। ଏହାରିମଧ୍ୟରେ ଆଜି ରାଜ୍ୟରେ ଦିନକରେ ଆଉ ୧୭୪୧ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ସଂଗରୋଧରୁ ୧୦୧୫ ଓ ସ୍ଥାନୀୟ ଅଞ୍ଚଳରୁ ୭୨୬ ରୋଗୀ ଚିହ୍ନଟ ହୋଇଛନ୍ତି। ଏହାସହ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୫୧ ହଜାର ୩୦୨କୁ ବୃଦ୍ଧି ପାଇଛି। ସମୁଦାୟ ଆକ୍ରାନ୍ତଙ୍କ ମଧ୍ୟରୁ  ୩ ଲକ୍ଷ ୪୦ ହଜାର ୦୬୨ଜଣ ସୁସ୍ଥ ହୋଇଛନ୍ତି। କିନ୍ତୁ  ଏବେ ବି ୯୨୫୯ ଜଣ ଚିକିତ୍ସାଧୀନ ଅଛନ୍ତି।