ଦେଶରେ ପୁଣିଥରେ ମାଡି ଚାଲିଛି କରୋନା ସଂକ୍ରମଣ: ୨୪ ଘଣ୍ଟାରେ ୧,୬୮,୯୧୨ ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ, ୧୨/୪: ଦେଶରେ ଧିରେ ଧିରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା  ପୁଣିଥରେ ବଢ଼ିବାରେ ଲାଗିଛି। ଗତ ୨୪ଘଣ୍ଟାରେ ୧,୬୮,୯୧୨ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୯୦୪ ଜଣଙ୍କର ମୃତ୍ୟୁ ଘଟିଛି । ଏହାସହ ଦେଶରେ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧ କୋଟି ୩୫ ଲକ୍ଷ ୨୭ ହଜାର ୭୧୭କୁ ବୃଦ୍ଧି ପାଇଛି ଓ କରୋନା ଜନିତ ମୃତ୍ୟୁସଂଖ୍ୟା ୧,୭୦,୧୭୯ ରେ ପହଞ୍ଚିଛି । ମୋଟ ଆକ୍ରାନ୍ତଙ୍କ ମଧ୍ୟରୁ ୧,୨୧,୫୬,୫୨୯ ସୁସ୍ଥ ହୋଇଛନ୍ତି । କିନ୍ତୁ ଏବେ ବି ବିଭିନ୍ନ ହସ୍ପିଟାଲରେ ୧୨,୦୧,୦୦୯ ଜଣ କରୋନା ରୋଗୀ ଚିକିତ୍ସାଧୀନ ରହିଛନ୍ତି । ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ସୂଚନା ମିଳିଛି ।