ଇମାମୀ ପେପର ମିଲରୁ ୧୦୧ ଜଣ ପଜିଟିଭ ଚିହ୍ନଟ

ଭୁବନେଶ୍ୱର, ୧୨/୦୪: ରାଜ୍ୟରେ ପୁଣିଥରେ ହୁ ହୁ ହୋଇ କରୋନା ସଂକ୍ରମଣ ବଢ଼ିବାରେ ଲାଗିଛି। ଆଜି ରାଜ୍ୟରେ ୧୭୪୧ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ସୂଚନା ରହିଛି। ଏହାରିମଧ୍ୟରେ ବାଲେଶ୍ୱର ରେମୁଣା ସ୍ଥିତ ଇମାମୀ ପେପର ମିଲରୁ ୧୦୧ ପଜିଟିଭ ଚିହ୍ନଟ ହୋଇଛନ୍ତି। ଉଲ୍ଲେଖ ଯୋଗ୍ୟ ଯେ
ପୂର୍ବରୁ ପେପର୍ ମିଲରୁ ୨ ଜଣ ପଜିଟିଭ ଚିହ୍ନଟ ହୋଇଥିଲେ। ଆଜି ଆଉ ୧୦୧ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ତେଣୁ ସଂକ୍ରମଣ ଦୃଷ୍ଟି ରୁ ଇମାମୀର ଏକ କଲୋନୀକୁ ମାଇକ୍ରୋ କଣ୍ଟେନମେଣ୍ଟ ଜୋନ ଘୋଷଣା କରାଯାଇଛି ।