ଓଡ଼ିଆ ନବବର୍ଷ ଉପଲକ୍ଷେ ସମସ୍ତଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୧୪/୪: ଆଜିର ଦିନକୁ ମହାବିଷୁବ ସଂକ୍ରାନ୍ତି ତଥା ଓଡ଼ିଆ ନବବର୍ଷ ଭାବେ ପାଳନ କରାଯାଇଥାଏ। ଏହି ଅବସରରେ  ସମସ୍ତଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ଅପାର କରୁଣାରୁ ଏ କଠିନ ସମୟ ଶୀଘ୍ର ଦୂର ହେବା ସହ ସମସ୍ତଙ୍କ ଜୀବନ ସୁଖ, ସମୃଦ୍ଧିରେ ଭରିଯାଉ ବୋଲି ସେ କହିଛନ୍ତି।