ପ୍ରବଳ ବର୍ଷା ନେଇ ରାଜ୍ୟର କେତେକ ଜିଲ୍ଳାକୁ ୟେଲୋ ଓ ଅରେଞ୍ଜ ୱାର୍ଣ୍ଣିଂ ଜାରି, ଜାଣନ୍ତୁ କେଉଁ ଜିଲ୍ଳା ପାଇଁ କେଉଁ ୱାର୍ଣ୍ଣିଂ

ଭୁବନେଶ୍ୱର,୨୧ା୧୦(ଦି ପ୍ରଗତି ନ୍ୟୁଜ): ବଙ୍ଗୋପସାଗରରେ ଏକ ଲଘୁଚାପ ସୃଷ୍ଟି ହୋଇଛି । ଯାହା ଆଗାମୀ ୨୪ଘଣ୍ଟା ଭିତରେ ଅବପାତର ରୂପ ନେବାର ସମ୍ଭାବନା ରହିଛି । ଲଘୁଚାପ ପ୍ରଭାବରେ ରାଜ୍ୟର କେତେକ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ଆଶଙ୍କା ରହିଛି । ତେଣୁ କେତେକ ଜିଲ୍ଲାକୁ ୟେଲୋ ଓ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି ।

ଆସନ୍ତାକାଲି ପ୍ରବଳ ବର୍ଷା ନେଇ ପୁରୀ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ, ବାଲେଶ୍ୱର, ରାୟଗଡ଼ା, କୋରାପୁଟ, ମାଲକାନଗିରି ଜିଲ୍ଲାଗୁଡ଼ିକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ସେହିପରି ଗଞ୍ଜାମ, ପୁରୀ ଜଗତସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ ଓ ବାଲେଶ୍ୱରରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ଅରେଞ୍ଜ ୱାର୍ଣ୍ଣି ଜାରି କରାଯାଇଛି । ୨୩ ତାରିଖରେ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣଂ ଜାରି କରାଯାଇଥିବା ଜିଲ୍ଲାଗୁଡ଼ିକ ଗଜପତି, ଖୋର୍ଦ୍ଧା, କଟକ, ଯାଜପୁର, ମୟୁରଭଞ୍ଜ ଓ ଢ଼େଙ୍କାନାଳ । ୨୪ତାରିଖରେ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଥିବା ଜିଲ୍ଲାଗୁଡ଼ିକ ହେଉଛି ବାଲେଶ୍ୱର, ମୟୁରଭଞ୍ଜ, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା ଓ ଜଗତସିଂହପୁର । ଏହିସବୁ ଜିଲ୍ଲାଗୁଡ଼ିକୁ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି ।