ଦେଶରେ ପୁଣିଥରେ ମାଡି ଚାଲିଛି କରୋନା ସଂକ୍ରମଣ: ୨୪ ଘଣ୍ଟାରେ ୨,୧୭,୩୫୩ ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ, ୧୬/୪: ଦେଶରେ ଧିରେ ଧିରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା  ପୁଣିଥରେ ବଢ଼ିବାରେ ଲାଗିଛି। ଗତ ୨୪ଘଣ୍ଟାରେ ୨,୧୭,୩୫୩ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୧୧୮୫ ଜଣଙ୍କର ମୃତ୍ୟୁ ଘଟିଛି । ଏହାସହ ଦେଶରେ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧ କୋଟି ୪୨ ଲକ୍ଷ ୯୨ ହଜାର ୯୧୭କୁ ବୃଦ୍ଧି ପାଇଛି ଓ କରୋନା ଜନିତ ମୃତ୍ୟୁସଂଖ୍ୟା ୨,୭୪,୩୦୮ ରେ ପହଞ୍ଚିଛି । ମୋଟ ଆକ୍ରାନ୍ତଙ୍କ ମଧ୍ୟରୁ ୧,୨୫,୪୭,୮୬୬ ସୁସ୍ଥ ହୋଇଛନ୍ତି । କିନ୍ତୁ ଏବେ ବି ବିଭିନ୍ନ ହସ୍ପିଟାଲରେ ୧୫,୬୯,୭୪୩ ଜଣ କରୋନା ରୋଗୀ ଚିକିତ୍ସାଧୀନ ରହିଛନ୍ତି । ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ସୂଚନା ମିଳିଛି ।