ପୁରୀ, ୧୬/୪: ରାଜ୍ୟରେ ଏବେ ପୁଣିଥରେ କରୋନା କାୟା ବିସ୍ତାର କରିବାରେ ଲାଗିଛି। ଦିନକୁ ଏବେ ୩ହଜାର ପରେ କରୋନା ଆକ୍ରାନ୍ତ ଚିହ୍ନଟ ହେଉଛନ୍ତି। ତେଣୁ ଏଣିକି ପ୍ରତ୍ୟେକ ଶନିବାର ଓ ରବିବାର ଦୁଇ ଦିନ ଭକ୍ତଙ୍କ ପାଇଁ ବନ୍ଦ ରହିବ ଶ୍ରୀମନ୍ଦିର। ଆସନ୍ତା ୨୪ ତାରିଖଠାରୁ ଲାଗୁ ହେବ ଏହି କଟକଣା। କରୋନା ସଂକ୍ରମଣ ବଢୁଥିବା ଦୃଷ୍ଟିରୁ ପ୍ରଶାସନ ପକ୍ଷରୁ ଏଭଳି ନିଷ୍ପତ୍ତି ନିଆଯାଇଛି। କରୋନା ମହାମାରୀ ପାଇଁ ଆଗରୁ କେବଳ ପ୍ରତ୍ୟେକ ରବିବାର ଶ୍ରୀମନ୍ଦିର ଦର୍ଶନ ବନ୍ଦ ରହୁଥିଲା। ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଡଃ କ୍ରିଷନ କୁମାରଙ୍କ ଅଧକ୍ଷତାରେ ଆଜି ଛତିଶା ନିଯୋଗ ବୈଠକରେ ଏନେଇ ନିଷ୍ପତ୍ତି ହୋଇଛି।