ରାଜଧାନୀ ଭୁବନେଶ୍ୱରରୁ ଆଜି ୨୩୯ କରୋନା ପଜିଟିଭ ଚିହ୍ନଟ

ଭୁବନେଶ୍ୱର, ୨୧।୧୦(ଦି ପ୍ରଗତି ନ୍ୟୁଜ୍): ରାଜଧାନୀ ଭୁବନେଶ୍ୱରରୁ ଆଜି ୨୩୯ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୬୩ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳରୁ ୧୭୬ ଜଣ ଚିହ୍ନଟ ହୋଇଛନ୍ତି । ଏହାସହ ଆଜି ୩୦୨ କରୋନା ଆକ୍ରାନ୍ତ ସୁସ୍ଥ ମଧ୍ୟ ହୋଇଛନ୍ତି ।

ଭୁବନେଶ୍ୱରରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨୭୯୦୯କୁ ବୃଦ୍ଧି ପାଇଥିବା ବେଳେ ୨୫୦୬୦ଜଣ ସୁସ୍ଥ ହୋଇଛନ୍ତି ଓ ୧୪୪ଜଣଙ୍କର ମୃତ୍ୟୁ ହୋଇଛି । ଏବେ ବି ୨୬୮୪ଜଣ କରୋନା ଆକ୍ରାନ୍ତ ବିଭିନ୍ନ ହସ୍ପିଟାଲରେ ଚିକିତ୍ସାଧୀନ ଅଛନ୍ତି ।