ରାଜଧାନୀ ଭୁବନେଶ୍ବରରୁ ଆଜି ୪୫୧ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, ୧୭/୪: ରାଜ୍ୟରେ ଏବେ ହୁ ହୁ ହୋଇ କରୋନା ସଂକ୍ରମଣ ବଢ଼ିବାରେ ଲାଗିଛି। ଆଜି ଓଡ଼ିଶାରେ ୩୧୪୪ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ତନ୍ମଧ୍ୟରୁ ରାଜଧାନୀ ଭୁବନେଶ୍ୱରରୁ ୪୫୧ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ୪୫୧ ଆକ୍ରାନ୍ତଙ୍କ ମଧ୍ୟରୁ ସଂଗରୋଧରୁ ୩୬୦ ଓ ସ୍ଥାନୀୟ ଅଞ୍ଚଳରୁ ୯୧ ରୋଗୀ ଚିହ୍ନଟ ହୋଇଛନ୍ତି।ସେହିପରି ଆଜି ୧୧୭ ଜଣ ଆକ୍ରାନ୍ତ ସୁସ୍ଥ ମଧ୍ୟ ହୋଇଛନ୍ତି। ଏହାସହ ଭୁବନେଶ୍ୱରରେ ଆକ୍ରାନ୍ତଙ୍କ ସଂଖ୍ୟା ୩୫,୩୪୧କୁ ବୃଦ୍ଧି ପାଇଛି। ୩୨୭୫୫ଜଣ ସୁସ୍ଥ ହୋଇଥିବା ବେଳେ ୨୫୦ ଜଣଙ୍କର ମୃତ୍ୟୁ ଘଟିଛି ଓ ଏବେ ଭୁବନେଶ୍ୱର ରେ ୨୩୧୫ ଆକ୍ଟିିିଭ କେସ ରହିଛି।