ସାଂଘାତିକ ସ୍ଥିତି: ରାଜ୍ୟରେ ଆଜି ୪୮୫୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୨୧/୪: ରାଜ୍ୟରେ ପୁଣିଥରେ  ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢିବାରେ ଲାଗିଛି। ଏହାରିମଧ୍ୟରେ ଆଜି ରାଜ୍ୟରେ ଦିନକରେ ଆଉ ୪୮୫୧ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ସଂଗରୋଧରୁ ୨୮୧୪ ଓ ସ୍ଥାନୀୟ ଅଞ୍ଚଳରୁ ୨୦୩୭ ରୋଗୀ ଚିହ୍ନଟ ହୋଇଛନ୍ତି। ଏହାସହ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୮୨ ହଜାର ୩୧୫କୁ ବୃଦ୍ଧି ପାଇଛି। ସମୁଦାୟ ଆକ୍ରାନ୍ତଙ୍କ ମଧ୍ୟରୁ  ୩ ଲକ୍ଷ ୪୯ ହଜାର ୩୭୭ଜଣ ସୁସ୍ଥ ହୋଇଛନ୍ତି। କିନ୍ତୁ  ଏବେ ବି ୩୦,୯୨୭ ଜଣ ଚିକିତ୍ସାଧୀନ ଅଛନ୍ତି।