ରାଜ୍ୟରେ ଆଜି ୭ ଜଣଙ୍କ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର, ୨୨/୪: ରାଜ୍ୟରେ ଏଣିକି ପୁଣିଥରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢିବା ସହ କରୋନା ଜନିତ ମୃତ୍ୟୁ ସଂଖ୍ୟା ମଧ୍ୟ ବଢୁଛି। ଆଜି ରାଜ୍ୟରେ ୭ ଜଣଙ୍କ ଜୀବନ ନେଇଛି କରୋନା । ୭ ଜଣଙ୍କ ମଧ୍ୟରେ ଗଞ୍ଜାମ ଓ ରାୟଗଡ଼ା ଜିଲ୍ଲାରୁ ୨ ଜଣ ଲେଖାଏ ଓ ଖୋର୍ଦ୍ଧା, କଳାହାଣ୍ଡି, କନ୍ଧମାଳ ଜିଲ୍ଲାରୁ ଜଣେ ଲେଖାଏଁ  ମୃତ । ଏହାସହ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୧୯୬୫ କୁ ବୃଦ୍ଧି ପାଇଛି ।