ରାଜ୍ୟରେ ଆଜି ୨୭୧୬ ଜଣ କରୋନା ଆକ୍ରାନ୍ତ ସୁସ୍ଥ

ଭୁବନେଶ୍ୱର, ୨୧।୧୦(ଦି ପ୍ରଗତି ନ୍ୟୁଜ୍): ରାଜ୍ୟରେ ଦ୍ରୁତ ଗତିରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ି ଚାଲୁଥିବା ବେଳେ ଖୁସି ଖବର ସାମ୍ନାକୁ ଆସିଛି । ଆଜି ୨୭୧୬ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏହାସହ ଓଡ଼ିଶାରେ କରୋନା ଆକ୍ରାନ୍ତଙ୍କ ସୁସ୍ଥ ସଂଖ୍ୟା ୨୫୪୯୧୩କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି । ଆଜି ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ୫୮୬, ସୁନ୍ଦରଗଡ଼ରୁ ୨୦୬, ଅନୁଗୁଳରୁ ୨୦୧,ମୟୁରଭଞ୍ଜ ରୁ ୧୫୬, କଟକରୁ ୧୧୯, ନୂଆପଡା ରୁ ୧୦୬, ବଲାଙ୍ଗୀର ରୁ ୧୦୫, ବରଗଡ଼ ରୁ ୧୦୦ ଜଣ ସୁସ୍ଥ ହୋଇଛନ୍ତି ।