ଆସନ୍ତାକାଲିଠୁ ପ୍ରାଥମିକ ଓ ମାଧ୍ୟମିକ ସ୍କୁଲରେ ଆରମ୍ଭ ହେବ ନାମଲେଖା

ଭୁବନେଶ୍ୱର, ୨୬/୪: ରାଜ୍ୟରେ କରୋନା ସ୍ଥିତି ଅତି ଗମ୍ଭୀର ଥିବା ବେଳେ ଛାତ୍ରଛାତ୍ରୀଙ୍କ ପାଠ ପଢା ଉପରେ ବେଶ ପ୍ରଭାବ ପକାଇଛି। ଏହାରିମଧ୍ୟରେ ଆଜି ସବୁ ଜିଲ୍ଲା ଶିକ୍ଷାଧିକାରୀ ଓ ପ୍ରକଳ୍ପ ସଂଯୋଜକଙ୍କୁ ରାଜ୍ୟ ସରକାର ଚିଠି ଲେଖିଛନ୍ତି। ଆସନ୍ତାକାଲିଠୁ ପ୍ରାଥମିକ ଓ ମାଧ୍ୟମିକ ସ୍କୁଲରେ ନାମଲେଖା ଆରମ୍ଭ କରିବାକୁ ଚିଠି ମାଧ୍ୟମରେ ସୂଚନା ଦିଆଯାଇଛି। ମେ ୩୧ ସୁଦ୍ଧା ପ୍ରଥମରୁ ଦଶମ ଶ୍ରେଣୀ ଯାଏ ନାମ ଲେଖା ସାରିବାକୁ ନିର୍ଦେଶ ଦିଆଯାଇଥିବା ବେଳେ ସବୁ କାର୍ଯ୍ୟ ଦିବସରେ ସକାଳ ୭ଟାରୁ ୯ଟା ୩୦ ଯାଏ  ନାମଲେଖା ହେବ।

ପୂର୍ବ ଶ୍ରେଣୀର ପିଲାଙ୍କୁ ପରବର୍ତ୍ତୀ ଶ୍ରେଣୀରେ ନାମ ଲେଖା ହେବ ।କୌଣସି ଛାତ୍ର ବା ଅଭିଭାବକଙ୍କୁ ନାମଲେଖା ପାଇଁ ସ୍କୁଲକୁ ଡକାଯିବ ନାହିଁ । ସ୍କୁଲ ବଦଳିଲେ ଟେଲିଫୋନ୍‌ରେ ଅନୁମତି ନେଇ ନାମଲେଖା ହେବ । ଆବଶ୍ୟକ ସ୍ଥଳେ ଟିସି ନେଇ ଅନ୍ୟ ସ୍କୁଲକୁ ଛାତ୍ରଛାତ୍ରୀ ଯାଇପାରିବେ।