୨୪ଘଣ୍ଟାରେ ୫୫,୮୩୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ଓ ୭୦୨ ମୃତ

ନୂଆଦିଲ୍ଲୀ, ୨୨/୧୦: ଦେଶରେ ଧିରେ ଧିରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମୁଛି । ଗତ ୨୪ଘଣ୍ଟାରେ ୫୫,୮୩୯ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୭୦୨ ଜଣଙ୍କର ମୃତ୍ୟୁ ଘଟିଛି । ଏହାସହ ଦେଶରେ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୭୭,୦୬,୯୪୬କୁ ବୃଦ୍ଧି ପାଇଛି ଓ କରୋନା ଜନିତ ମୃତ୍ୟୁସଂଖ୍ୟା ୧,୧୬,୬୧୬ ରେ ପହଞ୍ଚିଛି । ମୋଟ ଆକ୍ରାନ୍ତଙ୍କ ମଧ୍ୟରୁ ୬୮,୭୪,୫୧୮ ସୁସ୍ଥ ହୋଇଛନ୍ତି । କିନ୍ତୁ ଏବେ ବି ବିଭିନ୍ନ ହସ୍ପିଟାଲରେ ୭,୧୫,୮୧୨ଜଣ କରୋନା ରୋଗୀ ଚିକିତ୍ସାଧୀନ ରହିଛନ୍ତି ।