ଭୟଙ୍କର ଭାବେ ମାଡି ଚାଲିଛି କରୋନା: ରାଜ୍ୟରେ ଆଜି ୬୦୭୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୨୭/୪: ରାଜ୍ୟରେ ପୁଣିଥରେ  ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢିବାରେ ଲାଗିଛି। ଏହାରିମଧ୍ୟରେ ଆଜି ରାଜ୍ୟରେ ଦିନକରେ ଆଉ ୬୦୭୩ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ସଂଗରୋଧରୁ ୩୫୨୨ ଓ ସ୍ଥାନୀୟ ଅଞ୍ଚଳରୁ ୨୫୫୧ ରୋଗୀ ଚିହ୍ନଟ ହୋଇଛନ୍ତି। ଏହାସହ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୪ ଲକ୍ଷ ୨୦ ହଜାର ୧୨୯କୁ ବୃଦ୍ଧି ପାଇଛି। ସମୁଦାୟ ଆକ୍ରାନ୍ତଙ୍କ ମଧ୍ୟରୁ  ୩ ଲକ୍ଷ ୬୭ ହଜାର ୧୧୧ ଜଣ ସୁସ୍ଥ ହୋଇଛନ୍ତି। କିନ୍ତୁ  ଏବେ ବି ୫୦,୯୫୮ ଜଣ ଚିକିତ୍ସାଧୀନ ଅଛନ୍ତି।