ଭୟଙ୍କର ଭାବେ ମାଡି ଚାଲିଛି କରୋନା : ଦେଶରେ ୨୪ ଘଣ୍ଟାରେ ୩,୬୦,୯୬୦ ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ, ୨୮/୪: ଦେଶରେ ଧିରେ ଧିରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା  ପୁଣିଥରେ ବଢ଼ିବାରେ ଲାଗିଛି। ଗତ ୨୪ଘଣ୍ଟାରେ ୩,୬୦,୯୬୦ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୩୨୯୩ ଜଣଙ୍କର ମୃତ୍ୟୁ ଘଟିଛି । ଏହାସହ ଦେଶରେ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧ କୋଟି ୭୯ ଲକ୍ଷ ୯୭ ହଜାର ୨୬୭କୁ ବୃଦ୍ଧି ପାଇଛି ଓ କରୋନା ଜନିତ ମୃତ୍ୟୁସଂଖ୍ୟା ୨,୦୧,୧୮୭ ରେ ପହଞ୍ଚିଛି । ମୋଟ ଆକ୍ରାନ୍ତଙ୍କ ମଧ୍ୟରୁ ୧,୪୮,୧୭,୩୭୧ ସୁସ୍ଥ ହୋଇଛନ୍ତି । କିନ୍ତୁ ଏବେ ବି ବିଭିନ୍ନ ହସ୍ପିଟାଲରେ ୨୯,୭୮,୭୦୯ ଜଣ କରୋନା ରୋଗୀ ଚିକିତ୍ସାଧୀନ ରହିଛନ୍ତି । ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ସୂଚନା ମିଳିଛି ।