ରାଜଧାନୀରେ ହୋଇଛି କରୋନାର ଗୋଷ୍ଠୀ ସଂକ୍ରମଣ

ଭୁବନେଶ୍ୱର, ୨୮/୫: ରାଜ୍ୟରେ ଦ୍ରୁତ ଗତିରେ ବଢି ଚାଲିଛି କରୋନା। ଦିନକୁ ଏବେ ୮ହଜାର ଉପରେ ଆକ୍ରାନ୍ତ ଚିହ୍ନଟ ହେଉଛନ୍ତି। ସେହିପରି ରାଜଧାନୀ ରେ ମଧ୍ୟ ବହୁ ମାତ୍ରାରେ କରୋନା ସଂକ୍ରମଣ ଚିହ୍ନଟ ହେଉଛନ୍ତି। ଏହାରିମଧ୍ୟରେ ରାଜଧାନୀ ଭୁବନେଶ୍ବରରେ କରୋନାର ଗୋଷ୍ଠୀ ସଂକ୍ରମଣ ହୋଇଛି । ଜଣେ ଲୋକ ଅଧିକ ଲୋକଙ୍କୁ ସଂକ୍ରମିତ କରୁଥିବାରୁ ଏପରି ହୋଇଛି । ରାଜଧାନୀକୁ ଅଧିକ ଲୋକ ଆସୁଥିବାରୁ ସଂକ୍ରମଣ ବଢୁଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ନିର୍ଦେଶକ ବିଜୟ ମହାପାତ୍ର ସୂଚନା ଦେଇଛନ୍ତି।