ବଢୁଛି ମୃତ୍ୟୁ ସଂଖ୍ୟା: ରାଜ୍ୟରେ ଆଜି ୧୨ ଜଣଙ୍କ ଜୀବନ ନେଲା କରୋନା

ଭୁବନେଶ୍ୱର, ୨୯/୪: ରାଜ୍ୟରେ ଏଣିକି ପୁଣିଥରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢିବା ସହ କରୋନା ଜନିତ ମୃତ୍ୟୁ ସଂଖ୍ୟା ମଧ୍ୟ ବଢୁଛି। ଆଜି ରାଜ୍ୟରେ ୧୨ ଜଣଙ୍କ ଜୀବନ ନେଇଛି କରୋନା । ୧୨ ଜଣଙ୍କ ମଧ୍ୟରେ ଖୋର୍ଦ୍ଧାରୁ ସର୍ବାଧିକ ୪ ଆକ୍ରାନ୍ତଙ୍କ ମୃତ୍ୟୁ, ପୁରୀ ଓ ରାୟଗଡ଼ାରୁ ୨ ଜଣ ଲେଖାଏଁ, ଅନୁଗୁଳ, କଟକ, କେନ୍ଦୁଝର ଓ ସୁନ୍ଦରଗଡ଼ରୁ ଜଣେ ଲେଖାଏଁ ମୃତ। ଏହାସହ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୨୦୨୯ କୁ ବୃଦ୍ଧି ପାଇଛି ।