ଭୟଙ୍କର ସ୍ଥିତିରେ କରୋନା : ରାଜ୍ୟରେ ଆଜି ୮୬୮୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୩୦/୪: ରାଜ୍ୟରେ ପୁଣିଥରେ  ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢିବାରେ ଲାଗିଛି। ଏହାରିମଧ୍ୟରେ ଆଜି ରାଜ୍ୟରେ ଦିନକରେ ଆଉ ୮୬୮୧ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ସଂଗରୋଧରୁ ୪୯୪୮ ଓ ସ୍ଥାନୀୟ ଅଞ୍ଚଳରୁ ୩୭୩୩ ରୋଗୀ ଚିହ୍ନଟ ହୋଇଛନ୍ତି। ଏହାସହ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୪ ଲକ୍ଷ ୪୪ ହଜାର ୧୯୪କୁ ବୃଦ୍ଧି ପାଇଛି। ସମୁଦାୟ ଆକ୍ରାନ୍ତଙ୍କ ମଧ୍ୟରୁ  ୩ ଲକ୍ଷ ୮୦ ହଜାର ୪୦୦ ଜଣ ସୁସ୍ଥ ହୋଇଛନ୍ତି। କିନ୍ତୁ  ଏବେ ବି ୬୧,୬୯୮ ଜଣ ଚିକିତ୍ସାଧୀନ ଅଛନ୍ତି।