ବିପଦରେ ଓଡିଶା ! ରାଜ୍ୟରେ ଆଜି ୧୦,୪୧୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୧/୫: ରାଜ୍ୟରେ ପୁଣିଥରେ  ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢିବାରେ ଲାଗିଛି। ଏହାରିମଧ୍ୟରେ ଆଜି ରାଜ୍ୟରେ ଦିନକରେ ଆଉ ୧୦,୪୧୩ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ସଂଗରୋଧରୁ ୫୮୮୭ ଓ ସ୍ଥାନୀୟ ଅଞ୍ଚଳରୁ ୪୫୨୬ ରୋଗୀ ଚିହ୍ନଟ ହୋଇଛନ୍ତି। ଏହାସହ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୪ ଲକ୍ଷ ୫୪ ହଜାର ୬୦୭କୁ ବୃଦ୍ଧି ପାଇଛି। ସମୁଦାୟ ଆକ୍ରାନ୍ତଙ୍କ ମଧ୍ୟରୁ  ୩ ଲକ୍ଷ ୮୫ ହଜାର ୪୧୪ ଜଣ ସୁସ୍ଥ ହୋଇଛନ୍ତି। କିନ୍ତୁ  ଏବେ ବି ୬୭,୦୮୬ ଜଣ ଚିକିତ୍ସାଧୀନ ଅଛନ୍ତି।