ମହାମାରୀ କରୋନା : ଦେଶରେ ୨୪ ଘଣ୍ଟାରେ ୩,୯୨,୪୮୮ ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ,୨/୫: ଦେଶରେ ଧିରେ ଧିରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା  ପୁଣିଥରେ ବଢ଼ିବାରେ ଲାଗିଛି। ଗତ ୨୪ଘଣ୍ଟାରେ ୩,୯୨,୪୮୮ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୩୬୮୯ ଜଣଙ୍କର ମୃତ୍ୟୁ ଘଟିଛି । ଏହାସହ ଦେଶରେ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧ କୋଟି ୯୫ ଲକ୍ଷ ୫୭ ହଜାର ୪୫୭କୁ ବୃଦ୍ଧି ପାଇଛି ଓ କରୋନା ଜନିତ ମୃତ୍ୟୁସଂଖ୍ୟା ୨,୧୫,୫୪୨ ରେ ପହଞ୍ଚିଛି । ମୋଟ ଆକ୍ରାନ୍ତଙ୍କ ମଧ୍ୟରୁ ୧,୫୯,୯୨,୨୭୧ ସୁସ୍ଥ ହୋଇଛନ୍ତି । କିନ୍ତୁ ଏବେ ବି ବିଭିନ୍ନ ହସ୍ପିଟାଲରେ ୩୩,୪୯,୬୪୪ ଜଣ କରୋନା ରୋଗୀ ଚିକିତ୍ସାଧୀନ ରହିଛନ୍ତି । ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ସୂଚନା ମିଳିଛି ।